ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶର କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ପ୍ରତିଦିନ ରେକର୍ଡ ସଂଖ୍ୟକ ପଜିଟିଭ୍ ଚିହ୍ନଟ ହେବାସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଦେଶରେ, ଗତ ୨୪ ଘଣ୍ଟା ମଧ୍ୟରେ ୪ ଲକ୍ଷ ୦୧ ହଜାର ୯୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩୫୨୩ ଜଣଙ୍କର ମୃତ୍ୟୁ ହୋଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯୧ଲକ୍ଷ ୬୪ହଜାର ୯୬୯ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୧୧ହଜାର ୮୫୩ରେ ପହଞ୍ଚିଛି। ଏବେ ଦେଶରେ ୩୨ଲକ୍ଷ ୬୮ହଜାର ୭୧୦ ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୨ଲକ୍ଷ ୯୯ହଜାର ୯୮୮ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୧କୋଟି ୫୬ଲକ୍ଷ ୮୪ହଜାର ୪୦୬ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୫କୋଟି ୪୯ଲକ୍ଷ ୮୯ହଜାର ୬୩୫ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଦେଶର କିଛି ପ୍ରମୁଖ ରାଜ୍ୟ ମାନଙ୍କରେ କରୋନା ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି।

Comment