ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କୋଭିଡ୍‌ର ଦ୍ୱିତୀୟ ଲହର ସଂକ୍ରମଣ କମିବାରେ ନାଁ ଧରୁନାହିଁ। ପ୍ରତିଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସେପଟେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୮ ହଜାର ୨୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୪୬୮୪ ଜଣ ହୋଇଥିବାବେଳେ, ୩୫୩୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ଆଜିର ତଥ୍ୟ ଅନୁସାରେ ସର୍ବାଧିକ ୧୨୭୧ ନୂଆ ପଜିଟିଭ୍ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୪୪୭, ସୁନ୍ଦରଗଡ଼ରୁ ୬୩୬, ଝାରସୁଗୁଡ଼ାରୁ ୩୧୬, ନବରଙ୍ଗପୁରରୁ ୩୧୯, ବଲାଙ୍ଗୀରରୁ ୩୦୫, ବରଗଡ଼ରୁ ୩୭୫, ଅନୁଗୁଳରୁ ୩୯୪ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହିଭଳି ଭାବରେ ସବୁ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା କ୍ରମାଗତ ବଢ଼ିବାରେ ଲାଗିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୪ଲକ୍ଷ ୭୯ହଜାର ୭୫୨ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୬୪୮୮ ଜଣଙ୍କୁ ମିଶାଇ ସମୁଦାୟ ୪ଲକ୍ଷ ୦୪ହଜାର ୦୬୩ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଯାବତ୍ ୭୩ହଜାର ୫୪୮ ଟି ଆକ୍ଟିଭ କେସ୍ ରହିଛି।

ଅନ୍ୟପଟେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଗତକାଲି ୧୦ ତଳକୁ ରହିଥିଲାବେଳେ, ଆଜି ଏହି ସଂଖ୍ୟାରେ ବୃଦ୍ଧି ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୂତାବକ ଆଜି ରାଜ୍ୟରେ ୧୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ, ରାୟଗଡ଼ାରୁ ୩, ସୁନ୍ଦରଗଡ଼ ଓ କଳାହାଣ୍ଡି ଜିଲ୍ଲାର ୨ଜଣ ଲେଖାଏଁ, କଟକ, ପୁରୀ, ସୁବର୍ଣ୍ଣପୁରରୁ ୧ଲେଖାଏଁ ରହିଛନ୍ତି। ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଥିଲେ । ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୮୮ ରେ ପହଞ୍ଚିଛି।

Comment