ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶର କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ପ୍ରତିଦିନ ରେକର୍ଡ ସଂଖ୍ୟକ ପଜିଟିଭ୍ ଚିହ୍ନଟ ହେବାସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଦେଶରେ, ଗତ ୨୪ ଘଣ୍ଟା ମଧ୍ୟରେ ୪ ଲକ୍ଷ ୧୨ ହଜାର ୨୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩୯୮୦ ଜଣଙ୍କର ମୃତ୍ୟୁ ହୋଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୧୦ଲକ୍ଷ ୭୭ହଜାର ୪୧୦ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୩୦ହଜାର ୧୬୮ରେ ପହଞ୍ଚିଛି। ଏବେ ଦେଶରେ ୩୫ଲକ୍ଷ ୬୬ହଜାର ୩୯୮ ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୩ଲକ୍ଷ ୨୯ହଜାର ୧୧୩ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୧କୋଟି ୭୨ଲକ୍ଷ ୮୦ହଜାର ୮୪୪ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୬କୋଟି ୨୫ଲକ୍ଷ ୧୩ହଜାର ୩୩୯ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି । କରୋନା ନିୟନ୍ତ୍ରଣ ପାଇଁ ଅନେକ ରାଜ୍ୟରେ ଲାଗୁ ହୋଇଛି ଲକ୍‌ଡାଉନ୍ ଓ ସଟ୍‌ଡାଉନ୍ । ଏଯାବତ୍ ଟିକାକରଣ ପ୍ରକ୍ରିୟା ଜାରି ରହିଛି ।

Comment