ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟସଭା ସାଂସଦ ତଥା ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିଲେ। ରବିବାର ଅପରାହ୍‌ଣରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଥିଲେ।

ପଥର କାମ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସେ ୧୯୭୫ ମସିହାରେ ପଦ୍ମଶ୍ରୀ, ୨୦୦୧ରେ ପଦ୍ମ ଭୂଷଣ ଏବଂ ୨୦୧୩ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା।

ରଘୁନାଥ ମହାପାତ୍ର ୧୯୪୩ ମସିହା ମାର୍ଚ୍ଚ ୨୩ ତାରିଖରେ ପୁରୀର ପଥୁରିଆ ସାହିରେ ଜନ୍ମ ଗ୍ରହଣ କରିଥିଲେ।

Comment