ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶର କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ପ୍ରତିଦିନ ରେକର୍ଡ ସଂଖ୍ୟକ ପଜିଟିଭ୍ ଚିହ୍ନଟ ହେବାସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଦେଶରେ, ଗତ ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୬୬ ହଜାର ୧୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩୭୫୪ ଜଣଙ୍କର ମୃତ୍ୟୁ ହୋଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୨୬ଲକ୍ଷ ୬୨ହଜାର ୫୭୫ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୪୬ହଜାର ୧୧୬ରେ ପହଞ୍ଚିଛି। ଏବେ ଦେଶରେ ୩୭ଲକ୍ଷ ୪୫ହଜାର ୨୩୭ ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୩ଲକ୍ଷ ୫୩ହଜାର ୮୧୮ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୧କୋଟି ୮୬ଲକ୍ଷ ୭୧ହଜାର ୨୨୨ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୭କୋଟି ୦୧ଲକ୍ଷ ୭୬ହଜାର ୬୦୩ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। କରୋନା ନିୟନ୍ତ୍ରଣ ପାଇଁ ଅନେକ ରାଜ୍ୟରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍ ବଳବତ୍ତର ରହିଛି। ଏଯାବତ୍ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

LEAVE A REPLY

Please enter your comment!
Please enter your name here