ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ। ପ୍ରତିଦିନ ହଜାର ହଜାର ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସେପଟେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୧୦ହଜାର ୯୮୨ପଜିଟିଭ୍ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୬୧୪୯ଜଣ ହୋଇଥିବାବେଳେ, ୪୮୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ଆଜିର ତଥ୍ୟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୩୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦ୍ୱିତୀୟ ସ୍ଥାନରେ ରହିଛି ସୁନ୍ଦରଗଡ଼। ସେଠାରୁ ୯୬୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୮୮୫, ଝାରସୁଗୁଡ଼ାରୁ ୩୮୦, ନବରଙ୍ଗପୁରରୁ ୩୩୫, ବଲାଙ୍ଗୀରରୁ ୪୨୬, ବରଗଡ଼ରୁ ୪୩୧, ଅନୁଗୁଳରୁ ୫୩୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହିଭଳି ଭାବରେ ସବୁ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା କ୍ରମାଗତ ବଢ଼ିବାରେ ଲାଗିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୫ଲକ୍ଷ ୬୫ହଜାର ୬୪୮ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୭୫୬୪ ଜଣଙ୍କୁ ମିଶାଇ ସମୁଦାୟ ୪ଲକ୍ଷ ୬୫ହଜାର ୧୩୩ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୯୮ହଜାର ୨୩୦ ଟି ଆକ୍ଟିଭ କେସ୍ ରହିଛି।

ଅନ୍ୟପଟେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୂତାବକ ଆଜି ରାଜ୍ୟରେ ୧୭ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ଅନୁଗୁଳରୁ ୩ଜଣ, ବାଲେଶ୍ୱର, ବୌଦ୍ଧ, ଢ଼େଙ୍କାନାଳ, ଗଞ୍ଜାମରୁ ଜଣେ ଲେଖାଏଁ, ଭୁବନେଶ୍ୱରରୁ ୨ଜଣ, କଳାହାଣ୍ଡିରୁ ଦୁଇ ଜଣ, ଖୋର୍ଦ୍ଧାରୁ ଜଣେ, ନୂଆପଡ଼ାରୁ ଦୁଇ ଜଣ, ପୁରୀରୁ ଜଣେ, ସୁନ୍ଦରଗଡ଼ରୁ ଦୁଇ ଜଣ ରହିଛନ୍ତି। ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଥିଲେ। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୩୨ ରେ ପହଞ୍ଚିଛି।

Comment