ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଳା‌ରେ ଘଡ଼ଘଡ଼ି ସହ ବର୍ଷା ‌ହେବାର ସମ୍ଭାବନା ରହିଛି। ବିଶେଷ କରି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ହୋଇପାରେ। ଏଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇ ସତର୍କ କରାଇଛି ପାଣିପାଗ ବିଭାଗ।

ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବର୍ଷା ସହ ପ୍ରାୟ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ।

ସେହିପରି ଏହି ଦୁଇ ଜିଲ୍ଲା ବ୍ୟତୀତ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଗଜପତି, କନ୍ଧମାଳ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କି‌ଲୋମିଟର ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comment