ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କୋଭିଡ୍ ସ୍ଥିତି ଅଣାୟତ୍ତ। ପ୍ରତିଦିନ ହଜାର ହଜାର ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସେପଟେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୧୦ହଜାର ୬୪୯ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୫୯୬୫ଜଣ ହୋଇଥିବାବେଳେ, ୪୬୮୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ଆଜିର ତଥ୍ୟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୫୭ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦ୍ୱିତୀୟ ସ୍ଥାନରେ ରହିଛି କଟକ । ସେଠାରୁ ୯୩୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୭୭୪, ଝାରସୁଗୁଡ଼ାରୁ ୩୬୮, ନବରଙ୍ଗପୁରରୁ ୨୦୭, ବଲାଙ୍ଗୀରରୁ ୧୯୮, ବରଗଡ଼ରୁ ୩୯୧, ଅନୁଗୁଳରୁ ୫୫୭ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହିଭଳି ଭାବରେ ସବୁ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା କ୍ରମାଗତ ବଢ଼ିବାରେ ଲାଗିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୫ଲକ୍ଷ ୭୬ହଜାର ୨୯୭ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୮୫୪୭ ଜଣଙ୍କୁ ମିଶାଇ ସମୁଦାୟ ୪ଲକ୍ଷ ୭୩ହଜାର ୬୮୦ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୧ଲକ୍ଷ ୦୦ହଜାର ୩୧୩ ଟି ଆକ୍ଟିଭ କେସ୍ ରହିଛି।

ଅନ୍ୟପଟେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୂତାବକ ଆଜି ରାଜ୍ୟରେ ୧୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ଅନୁଗୁଳରୁ ୩ଜଣ, ବାଲେଶ୍ୱର, ବରଗଡ଼, ଭୁବନେଶ୍ୱର, ବଲାଙ୍ଗୀର, ବୌଦ୍ଧ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ, ପୁରୀରୁ ଦୁଇ ଜଣ, ସୁନ୍ଦରଗଡ଼ରୁ ଦୁଇ ଜଣ ରହିଛନ୍ତି । ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଥିଲେ। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୫୧ ରେ ପହଞ୍ଚିଛି।

Comment