ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଏବେ କାଳବୈଶାଖୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଲାଗି ରହିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଗୁରୁବାର ଅପରାହ୍‌ଣ ସୁଦ୍ଧା କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ଏହି ଦୁଇ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ସମ୍ଵଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ଵର, ଯାଜପୁର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ଆଜି ବିଜୁଳି ଘଡ଼ଘଡ଼ି ସହ ସ୍ଵଳ୍ପରୁ ମଧ୍ୟମଧରଣର ବର୍ଷା ଏବଂ ପବନ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ୧୪ ତାରିଖ ସକାଳଠାରୁ ୧୫ ତାରିଖ ସକାଳ ମଧ୍ୟରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୧୫ ତାରିଖ ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବା ସହ ତାପମାତ୍ରା ବୃଦ୍ଧି ପାଇବ ବୋଲି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Comment