ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ।

ଅରେଞ୍ଜ ଓ୍ଵାର୍ଣ୍ଣିଂ ଦିଆଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ଼,ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।ସେହିପରି ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ବିଭାଗ ପୂର୍ବାନୁମାନ କରିଛି।ଏହାପରେ ୧୪ ତାରିଖ ପୂର୍ବାହ୍ନଠାରୁ ୧୫ ତାରିଖ ସକାଳ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଯାଜପୁର, ଭଦ୍ରକ, ରାୟଗଡ଼ା, ଗଜପତି, କୋରାପୁଟ ଏବଂ ମାଲକାନାଗିରି ଆଦି ଜିଲ୍ଲାରେ ବିଜୁଳି ସହ ବଜ୍ରପାତ ହେବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Comment