ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶର କରୋନା ସଂକ୍ରମଣ ଭୟଙ୍କର ହେବାରେ ଲାଗିଛି। ପ୍ରତିଦିନ ରେକର୍ଡ ସଂଖ୍ୟକ ପଜିଟିଭ୍ ଚିହ୍ନଟ ହେବାସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଦେଶରେ, ଗତ ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୪୩ ହଜାର ୧୪୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୪ ହଜାର ଆକ୍ରାନ୍ତଙ୍କ ଜୀବନ ନେିଛି କରୋନା।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୪୦ଲକ୍ଷ ୪୬ହଜାର ୮୦୯ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୬୨ହଜାର ୩୧୭ରେ ପହଞ୍ଚିଛି। ଏବେ ଦେଶରେ ୩୭ଲକ୍ଷ ୦୪ହଜାର ୮୯୩ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୩ଲକ୍ଷ ୪୪ହଜାର ୭୭୬ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୦୦ଲକ୍ଷ ୭୯ହଜାର ୫୯୯ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୭କୋଟି ୯୨ଲକ୍ଷ ୯୮ହଜାର ୫୮୪ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। କରୋନା ନିୟନ୍ତ୍ରଣ ପାଇଁ ଅନେକ ରାଜ୍ୟରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍‌ର ଅବଧିକୁ ବୃଦ୍ଧି କରାଯାଇଛି। ଅନ୍ୟପକ୍ଷରେ କୋଭିସିଲ୍ଡ ଟିକାର ଦୁଇଟି ଡୋଜ୍ ମଧ୍ୟରେ ଥିବା ବ୍ୟବଧାନକୁ ବଢ଼ାଯାଇଛି। ଏଯାବତ୍ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

Comment