ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶର କରୋନା ସଂକ୍ରମଣ ଭୟଙ୍କର ହେବାରେ ଲାଗିଛି। ପ୍ରତିଦିନ ରେକର୍ଡ ସଂଖ୍ୟକ ପଜିଟିଭ୍ ଚିହ୍ନଟ ହେବାସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଦେଶରେ, ଗତ ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୨୬ ହଜାର ୦୯୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩ହଜାର ୮୯୦ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୪୩ଲକ୍ଷ ୭୨ହଜାର ୯୦୭ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୬୬ହଜାର ୨୦୭ରେ ପହଞ୍ଚିଛି। ଏବେ ଦେଶରେ ୩୬ଲକ୍ଷ ୭୩ହଜାର ୮୦୨ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୩ଲକ୍ଷ ୫୩ହଜାର ୨୯୯ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୦୪ଲକ୍ଷ ୩୨ହଜାର ୮୯୮ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୮କୋଟି ୦୪ଲକ୍ଷ ୫୭ହଜାର ୫୭୯ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। କରୋନା ନିୟନ୍ତ୍ରଣ ପାଇଁ ଅନେକ ରାଜ୍ୟରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍‌ର ଅବଧିକୁ ବୃଦ୍ଧି କରାଯାଇଛି। ଏଯାବତ୍ ଦେଶରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

Comment