ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କୋଭିଡ୍ ସ୍ଥିତି ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏବେ ଦୈନିକ ସଂକ୍ରମଣ ୧୦ହଜାରରୁ ଅଧିକ ରହୁଥିବାବେଳେ, ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୧୧ହଜାର ୮୦୫ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୬୬୧୧ଜଣ ହୋଇଥିବାବେଳେ, ୫୧୯୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ୨୧ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ।

ଆଜିର ତଥ୍ୟ ଅନୁସାରେ ସୁନ୍ଦରଗଡ଼ ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୯ ରହିଥିବାବେଳେ, ଖୋର୍ଦ୍ଧାରୁ ୧୪୧୪ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୧୧୯୭ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୬୬୮, ବରଗଡ଼ରୁ ୪୨୧, ଯାଜପୁରରୁ ୩୯୨, ମୟୁରଭଞ୍ଜରୁ ୩୭୪, ସମ୍ବଲପୁରରୁ ୫୫୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହିଭଳି ଭାବରେ ସବୁ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ବଢ଼ିବାରେ ଲାଗିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୬ଲକ୍ଷ ୦୦ହଜାର ୪୨୯ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୯୩୨୯ ଜଣଙ୍କୁ ମିଶାଇ ସମୁଦାୟ ୪ଲକ୍ଷ ୯୧ହଜାର ୬୭୪ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୧ଲକ୍ଷ ୦୬ହଜାର ୪୭୧ ଆକ୍ଟିଭ କେସ୍ ରହିଛି।ଅନ୍ୟପଟେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି। ଆଜି ରାଜ୍ୟରୁ ୨୧ଜଣ ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି । ସେମାନଙ୍କ ମଧ୍ୟରେ ଅନୁଗୁଳରୁ ୩ଜଣ, ଭୁବନେଶ୍ୱରରୁ ୨ଜଣ, ବୌଦ୍ଧ, କୋରାପୁଟ, ନୂଆପଡ଼ା, ଗଜପତିରୁ ଜଣେ ଲେଖାଏଁ, କଳାହାଣ୍ଡି, କେନ୍ଦ୍ରାପଡ଼ା, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼, ଖୋର୍ଦ୍ଧାରୁ ଦୁଇଜଣ ଲେଖାଏଁ ରହିଛନ୍ତି । ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଥିଲେ। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୯୪ ରେ ପହଞ୍ଚିଛି।

Comment