ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜିବି ଦେଶର କରୋନା ସଂକ୍ରମଣ କମିଥିବା ଦେଖିବାକୁ ମିଳିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୬୩ହଜାର ୫୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୪ହଜାର ୩୨୯ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୫୨ଲକ୍ଷ ୨୮ହଜାର ୯୯୬ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୭୮ହଜାର ୭୧୯ରେ ପହଞ୍ଚିଛି। ଏବେ ଦେଶରେ ୩୩ଲକ୍ଷ ୫୩ହଜାର ୭୬୫ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୪ଲକ୍ଷ ୨୨ହଜାର ୪୩୬ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୧୫ଲକ୍ଷ ୯୬ହଜାର ୫୧୨ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୮କୋଟି ୪୪ଲକ୍ଷ ୫୩ହଜାର ୧୪୯ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି । କରୋନା ନିୟନ୍ତ୍ରଣ ପାଇଁ ଅନେକ ରାଜ୍ୟରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍‌ର ଅବଧିକୁ ବୃଦ୍ଧି କରାଯାଇଛି। ଏଯାବତ୍ ଦେଶରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

Comment