ଓଡ଼ିଶାଲାଇଭ୍ ବ୍ୟୁରୋ

ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଅସହ୍ୟ ହୋଇଛି। ପ୍ରାୟ ଏକ ସପ୍ତାହ ଧରି ରାଜ୍ୟରେ ଘଡ଼ଘଡ଼ି, ବର୍ଷା ହେବାପରେ ମଙ୍ଗଳବାର ଦିନ ଅଧିକାଂଶ ଜିଲ୍ଲାରେ ତାପମାତ୍ରା ବୃଦ୍ଧି ପାଇ ରେକର୍ଡ ଭାଙ୍ଗିଛି। ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ମଙ୍ଗଳବାର ଦିନ ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଥିଲା।

ସୋନପୁରରେ ଦିନ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁନ୍ଦରଗଡ଼, ତାଳଚେର, ଭବାନୀପାଟଣା, ଫୁଲବାଣୀ, ଟିଟିଲାଗଡ଼, ବାରିପଦା ଓ ମାଲକାନଗିରି ଆଦି ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ପାର୍ କରିଥିଲା। ଏହା ବ୍ୟତୀତ ଟୁଇନ ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ତାପମାତ୍ରା ପାଖାପାଖି ୪୦ ଡିଗ୍ରୀ ଥିଲା।ଅନ୍ୟପଟେ ଆଗକୁ ରାଜ୍ୟରେ ତାପମାତ୍ରା ଆହୁରି ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

LEAVE A REPLY

Please enter your comment!
Please enter your name here