ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୧୧ହଜାର ୦୯୯ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୬୨୧୪ଜଣ ହୋଇଥିବାବେଳେ, ୪୮୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ୨୧ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ।

ଆଜିର ତଥ୍ୟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୯୮୩ ଓ କଟକରୁ ୮୬୭ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୫୫୨, ବରଗଡ଼ରୁ ୩୩୯, ବାଲେଶ୍ୱରରୁ ୪୦୮, ଭଦ୍ରକରୁ ୪୩୧, ଯାଜପୁରରୁ ୩୭୮, ମୟୁରଭଞ୍ଜରୁ ୫୦୭, ସମ୍ବଲପୁରରୁ ୫୪୭ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହିଭଳି ଭାବରେ ସବୁ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ବଢ଼ିବାରେ ଲାଗିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୬ଲକ୍ଷ ୪୪ହଜାର ୪୦୧ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୧୦୨୪୨ ଜଣଙ୍କୁ ମିଶାଇ ସମୁଦାୟ ୫ଲକ୍ଷ ୩୬ହଜାର ୫୯୫ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୧ଲକ୍ଷ ୦୫ହଜାର ୩୭୫ ଆକ୍ଟିଭ କେସ୍ ରହିଛି।

ଅନ୍ୟପଟେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ଆଜି ରାଜ୍ୟରୁ ୨୧ଜଣଙ୍କ ଜୀବନ ନେଇଛି କରୋନା। ସେମାନଙ୍କ ମଧ୍ୟରେ ଭୁବନେଶ୍ୱରର ଦୁଇ ଜଣ, ବଲାଙ୍ଗୀର, ବରଗଡ଼, କନ୍ଧମାଳ, କଟକରୁ ଜଣେ ଲେଖାଏଁ, କଳାହାଣ୍ଡିରୁ ତିନି ଜଣ, କୋରାପୁଟରୁ ଦୁଇ ଜଣ, କେଉଁଝର, ନୟାଗଡ଼, ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ,ମୟୁରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣ ଲେଖାଏଁ ରହିଛନ୍ତି। ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଥିଲେ। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୭୮ ରେ ପହଞ୍ଚିଛି।

Comment