ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶର ଏବେ ଦୈନିକ ସଂକ୍ରମଣ କମୁଥିବା ଦେଖିବାକୁ ମିଳୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଲକ୍ଷ ୭୬ହଜାର ୦୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩ହଜାର ୮୭୪ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୫୭ଲକ୍ଷ ୭୨ହଜାର ୪୦୦ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୮୭ହଜାର ୧୧୨ରେ ପହଞ୍ଚିଛି। ଏବେ ଦେଶରେ ୩୧ଲକ୍ଷ ୨୯ହଜାର ୮୭୮ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୩ଲକ୍ଷ ୬୯ହଜାର ୦୭୭ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୨୩ଲକ୍ଷ ୫୫ହଜାର ୪୪୦ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୧୮କୋଟି ୭୦ଲକ୍ଷ ୦୯ହଜାର ୭୯୨ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। କରୋନା ନିୟନ୍ତ୍ରଣ ପାଇଁ ଜାତୀୟସ୍ତରରେ ଲକ୍‌ଡାଉନ୍ ଘୋଷଣା କରାଯାଇନାହିଁ। କିନ୍ତୁ ରାଜ୍ୟଗୁଡ଼ିକରେ ପରିସ୍ଥିତି ଦେଖି ଲକ୍‌ଡାଉନ୍ ଓ ସଟ୍‌ଡାଉନ୍ ଘୋଷଣା କରାଯାଇଛି। ଏଯାବତ୍ ଦେଶରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

LEAVE A REPLY

Please enter your comment!
Please enter your name here