ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏଥିପାଇଁ ବିଭାଗ ପକ୍ଷରୁ ୧୮ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସମୟରେ ଉକ୍ତ ଜିଲ୍ଲାଗୁଡ଼ିକରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭଦ୍ରକ, ଯାଜପୁର, ଗଞ୍ଜାମ, କନ୍ଧମାଳ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Comment