ଓଡ଼ିଶାଲାଇଭ୍ ବ୍ୟୁରୋ

ଆସୁଛି ବାତ୍ୟା ୟାସ୍। ବୁଧବାର ମଧ୍ୟାହ୍‌ଣରେ ଧାମରା ପାଖାପାଖି ଅଞ୍ଚଳରେ ଲ୍ୟାଣ୍ଡଫଲ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ୱର ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ବାଲେଶ୍ୱରରେ ରହି ଶକ୍ତିମନ୍ତ୍ରୀ ବାତ୍ୟା ସ୍ଥିତି ଉପରେ ନଜର ରଖିବେ। ଆଇଏମ୍‌ଡି ମହାନିର୍ଦ୍ଦେଶକଙ୍କ ସୂଚନା ଅନୁସାରେ ୟାସ୍ ବାଲେଶ୍ୱର ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ। ଲ୍ୟାଣ୍ଡଫଲ କରିବା ସମୟରେ ପବନର ବେଗ ୧୫୫ରୁ ୧୬୫ କିଲୋମିଟର ରହିବ। ଆସନ୍ତାକାଲି ମଧ୍ୟାହ୍‌ଣ ସୁଦ୍ଧା ଅତିଭୀଷଣ ବାତ୍ୟା ଆକାରରେ ୟାସ୍ ସ୍ଥଳଭାଗ ଅତିକ୍ରମ କରିବ। ଏହାର ପ୍ରଭାବରେ ଧାମରା ଓ ଚାନ୍ଦବାଲିରେ ବ୍ୟାପକ କ୍ଷତି ହେବ।ଅନ୍ୟପକ୍ଷରେ ୟାସ୍ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପବନ ଆରମ୍ଭ ହୋଇଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ମଙ୍ଗଳବାର ଓ ବୁଧବାର ବର୍ଷାର ପରିମାଣ ବଢ଼ିପାରେ। ତେଣୁ କଟକ, ମୟୂରଭଞ୍ଜ, ଯାଜପୁର, ଖୋର୍ଦ୍ଧା, ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପ୍ରଭାବିତ ହେବାକୁ ଥିବା ଜିଲ୍ଲାରେ ବର୍ଷା ପବନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହେବାର ଆଶଙ୍କା ଥିବାରୁ ଲୋକଙ୍କୁ ଅଧିକ ସତର୍କ କରାଯାଉଛି। ଏଥିସହ ବାତ୍ୟା ସମ୍ପୂର୍ଣ୍ଣ ନସରିବା ଯାଏଁ କିମ୍ବା ପ୍ରଶାସନ ପକ୍ଷରୁ ସୂଚନା ନମିଳିବା ପର୍ଯ୍ୟନ୍ତ କେହି ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି ଏସ୍ଆରସି।

Comment