ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଜାରି ରହିଛି। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୧ହଜାର ୬୨୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୬୫୦୯ ଜଣ ହୋଇଥିବାବେଳେ, ୫୧୧୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରେ କଟକରୁ ୯୯୮ ଜଣ, ଅନୁଗୁଳରୁ ୮୨୩ ଜଣ ଓ ସୁନ୍ଦରଗଡ଼ରୁ ୬୯୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରୁ ମଧ୍ୟ ଶତାଧିକ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ପଜିଟିଭ୍ ସଂଖ୍ୟା ୭ଲକ୍ଷ ୨୬,୦୦୩ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୧୦ହଜାର ୮୮୧ ଜଣଙ୍କୁ ମିଶାଇ ମୋଟ୍ ୬ଲକ୍ଷ ୧୨ହଜାର ୯୯୩ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ରାଜ୍ୟରେ ୧ଲକ୍ଷ ୧୦ହଜାର ୩୭୩ଟି କରୋନାର ଆକ୍ଟିଭ କେସ୍ ରହିଛି।

Comment