ଓଡ଼ିଶାଲାଇଭ୍‌ ବ୍ୟୁରୋ

ବାତ୍ୟା ‘ୟାସ୍‌’ ଯୋଗୁଁ ମୟୂରଭଞ୍ଜ ଜିଲ୍ଲାରେ ହାଇ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୧୨ ଘଣ୍ଟା ମୟୂରଭଞ୍ଜ ଜିଲ୍ଲା ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସି ପ୍ରଦୀପ କୁମାର ଜେନା କହିଛନ୍ତି। ବାତ୍ୟା ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ଓ ପବନ ଲାଗି ରହିବ।

ଏବେ ଶିମିଳିପାଳରେ ବର୍ଷା ଲାଗି ରହିଛି। ବତ୍ତର୍ମାନ ସୁଦ୍ଧା ଶିମିଳିପାଳରେ ୧୪୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଫଳରେ ବୁଢ଼ାବଳଙ୍ଗ ନଦୀରେ ବନ୍ୟା ଆଶଙ୍କା କରାଯାଇଛି। ଏନେଇ ଏସଆରସି ପ୍ରଦୀପ ଜେନା ମଧ୍ୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାପାଳ ପ୍ରାୟ ୧ ଲକ୍ଷ ଲୋକଙ୍କୁ ତଳିଆ ଅଞ୍ଚଳରୁ ସ୍ଥାନାନ୍ତର କରିଛନ୍ତି। ସେମାନଙ୍କୁ ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳୀରେ ରଖାଯାଇଛି।

Comment