ଓଡ଼ିଶାଲାଇଭ୍ ବ୍ୟୁରୋ

ବିଶିଷ୍ଟ ଓଡିଆ ଗାୟକ ଓ ସଙ୍ଗୀତକାର ଶାନ୍ତିରାଜ ଖୋସଲାଙ୍କ ପରଲୋକ ଘଟିଛି। କୋଭିଡ୍‌ରେ ଆକ୍ରାନ୍ତ ହୋଇ ସେ ହୋମ୍ ଆଇସୋଲେସନରେ ଥିଲେ। ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ବର୍ଷ ହୋଇଥିଲା।

ଶାନ୍ତିରାଜ ଖୋସଲା ବହୁ ଆଲବମ୍ ଓ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା କରିଥିଲେ। ତୋ ବିନା ମୋ କାହାଣୀ ଅଧା, ଧନରେ ରଖିବୁ ଶପଥ ମୋର, ରଙ୍ଗ ନମ୍ବର, ମୁଁ ସପନର ସୌଦାଗର, ମତେ ଆଣିଦେଲୁ ଲକ୍ଷେ ଫଗୁଣ, କାଳୀଶଙ୍କର, ତୋର ମୋର ଯୋଡ଼ି ସୁନ୍ଦର, ଏସିପି ରଣବୀର, ଡନ୍ ଇତ୍ୟାଦି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି।

ଶାନ୍ତିରାଜଙ୍କ ପୂର୍ବରୁ ତାଙ୍କ ସାନ ଭାଇଙ୍କର ମଧ୍ୟ କୋଭିଡ୍‌ରେ ମୃତ୍ୟୁ ହୋଇଥିଲା। ଏଥିସହ ତାଙ୍କ ସ୍ତ୍ରୀ ଏବଂ ଝିଅ ମଧ୍ୟ କୋଭିଡ୍‌ରେ ଆକ୍ରାନ୍ତ ହୋଇଥିଲେ। ଶାନ୍ତିରାଜଙ୍କ ପରଲୋକ ଓଡିଆ ଫିଲ୍ମ ଓ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ସୃଷ୍ଟି କରିଛି।

Comment