ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶରେ ଏବେ ଦୈନିକ ସଂକ୍ରମଣ କମିବାରେ ଲାଗିଛି। ଦୀର୍ଘ ଦିନର ବ୍ୟବଧାନପରେ ଆଜି ୨ଲକ୍ଷରୁ କମ୍ ସଂକ୍ରମଣ ଚିହ୍ନଟ ହୋଇଛନ୍ତି। କିନ୍ତୁ ମୃତ୍ୟୁ ସଂଖ୍ୟାରେ କୌଣସି ପରିବର୍ତ୍ତନ ହେଉନାହିଁ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୧ଲକ୍ଷ ୮୬ହଜାର ୩୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩ହଜାର ୬୬୦ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୭୫ଲକ୍ଷ ୫୫ହଜାର ୪୫୭ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୧୮ହଜାର ୮୯୫ରେ ପହଞ୍ଚିଛି। ଏବେ ଦେଶରେ ୨୩ଲକ୍ଷ ୪୩ହଜାର ୧୫୨ଆକ୍ଟିଭ କେସ୍ ରହିଛି। ସେହିପରି ୨୪ ଘଣ୍ଟାରେ ୨ଲକ୍ଷ ୫୯ହଜାର ୪୫୯ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୪୮ଲକ୍ଷ ୯୩ହଜାର ୪୧୦ ଜଣ ସୁସ୍ଥ ହୋଇଛନ୍ତି।
କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୨୦କୋଟି ୫୭ଲକ୍ଷ ୨୦ହଜାର ୬୬୦ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଏଯାବତ୍ ଦେଶରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି।













