ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଜାରି ରହିଛି। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ତାଜା ରିପୋର୍ଟ ଅନୁସାରେ ଆଜି ୭ହଜାର ୧୮୮ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୪୦୨୬ ଜଣ ହୋଇଥିବାବେଳେ, ୩୧୬୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ରାଜ୍ୟରୁ ୩୫ ଜଣ ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି।

ଆଜିର ତଥ୍ୟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୬୯୦ଜଣ ଓ ସୁନ୍ଦରଗଡ଼ରୁ ୧୭୨ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୫୧୫, ବରଗଡ଼ରୁ ୨୭୧, ବାଲେଶ୍ୱରରୁ ୧୦୩, ଯାଜପୁରରୁ ୪୦୬, ସମ୍ବଲପୁରରୁ ୧୨୦ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୭ଲକ୍ଷ ୪୭ହଜାର ୧୪୩ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୧୧ହଜାର ୯୫୪ ଜଣଙ୍କୁ ମିଶାଇ ସମୁଦାୟ ୬ଲକ୍ଷ ୪୭ହଜାର ୧୩୩ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୯୭ ହଜାର୨୭୧ ଆକ୍ଟିଭ କେସ୍ ରହିଛି।

ଅନ୍ୟପଟେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ଆଜି ରାଜ୍ୟରୁ ସର୍ବାଧିକ ୩୫ ଜଣଙ୍କ ଜୀବନ ନେଇଛି କରୋନା। ସେମାନଙ୍କ ମଧ୍ୟରେ ଅନୁଗୁଳରୁ ସର୍ବାଧିକ ୫ଜଣ ରହିଛନ୍ତି । ସେହିପରି ବୌଦ୍ଧରୁ ଦୁଇ ଜଣ, ଭୁବନେଶ୍ୱରରୁ ତିନି ଜଣ, ଜଗତସିଂହପୁରରୁ ଦୁଇ ଜଣ, କଟକରୁ ଜଣେ, ଝାରସୁଗୁଡ଼ାରୁ ତିନି ଜଣ, କଳାହାଣ୍ଡିରୁ ଚାରି ଜଣ, କେରାପୁଟରୁ ଦୁଇ ଜଣ, ମାଲକାନଗିରିରୁ ଜଣେ, ନବରଙ୍ଗପୁରରୁ ତିନ ଜଣ, ରାୟଗଡ଼ାରୁ ଚାରି ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଚାରି ଜଣ ରହିଛନ୍ତି। ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଥିଲେ। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬୮୬ ରେ ପହଞ୍ଚିଛି।

Comment