ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦେଶର ଏବେ ଦୈନିକ କରୋନା ସଂକ୍ରମଣ କମିବାରେ ଲାଗିଛି। କିନ୍ତୁ ଏ ପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟାରେ କୌଣସି ପରିବର୍ତ୍ତନ ହେଉନାହିଁ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୧ଲକ୍ଷ ୭୩ହଜାର ୭୯୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩ହଜାର ୬୧୭ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୭୭ଲକ୍ଷ ୨୯ହଜାର ୨୪୭ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୨୨ହଜାର ୫୧୨ରେ ପହଞ୍ଚିଛି। ଏବେ ଦେଶରେ ୨୨ଲକ୍ଷ ୨୮ହଜାର ୭୨୪ଆକ୍ଟିଭ କେସ୍‌ ରହିଛି। ସେହିପରି ୨୪ ଘଣ୍ଟାରେ ୨ଲକ୍ଷ ୮୪ହଜାର ୬୦୧ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୫୧ଲକ୍ଷ ୭୮ହଜାର ୦୧୧ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୨୦କୋଟି ୮୯ଲକ୍ଷ ୦୨ହଜାର ୪୪୫ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଏଯାବତ୍‌ ଦେଶରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

Comment