ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଜାରି ରହିଛି। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ତାଜା ରିପୋର୍ଟ ଅନୁସାରେ ଆଜି ୮ହଜାର ୩୧୩ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୪୬୫୫ ଜଣ ହୋଇଥିବାବେଳେ, ୩୬୫୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ରାଜ୍ୟରୁ ୩୫ ଜଣ ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି।

ଆଜିର ତଥ୍ୟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୭୪ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୫୯୩ଜଣ ଓ ସୁନ୍ଦରଗଡ଼ରୁ ୪୬୫ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୫୦୫, ବରଗଡ଼ରୁ ୨୭୯, ବାଲେଶ୍ୱରରୁ ୪୫୨, ଯାଜପୁରରୁ ୩୫୪, ସମ୍ବଲପୁରରୁ ୨୦୪ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୭ଲକ୍ଷ ୬୪ହଜାର ୯୯୭ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୧୧ହଜାର ୮୮୧ ଜଣଙ୍କୁ ମିଶାଇ ସମୁଦାୟ ୬ଲକ୍ଷ ୭୦ହଜାର ୫୨୭ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୯୧ ହଜାର ୬୬୩ ଆକ୍ଟିଭ କେସ୍ ରହିଛି।

ଅନ୍ୟପଟେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ଆଜି ରାଜ୍ୟରୁ ସର୍ବାଧିକ ୩୫ ଜଣଙ୍କ ଜୀବନ ନେଇଛି କରୋନା। ସେମାନଙ୍କ ମଧ୍ୟରେ ଅନୁଗୁଳରୁ ସର୍ବାଧିକ ୫ଜଣ ରହିଛନ୍ତି । ସେହିପରି ଭୁବନେଶ୍ୱର, କଟକରୁ ୩ଜଣ, ଦେବଗଡ଼, ଗଜପତି, ଗଞ୍ଜାମ, ଝାରସୁଗୁଡ଼ାର ଦୁଇ ଜଣ ଲେଖାଏଁ, କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁରରୁ ତିନ ଜଣ ଲେଖାଏଁ, ନୟାଗଡ଼, ନୂଆପଡ଼ାରୁ ଜଣେ ଲେଖାଏଁ, ସୁବର୍ଣ୍ଣପୁରରୁ ତିନି ଜଣ, ସୁନ୍ଦରଗଡ଼ରୁ ଦୁଇ ଜଣ ରହିଛନ୍ତି। ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଥିଲେ। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫୪ ରେ ପହଞ୍ଚିଛି।

Comment