ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦେଶରେ ଏବେ ଦୈନିକ ସଂକ୍ରମଣ କମୁଛି। ସରକାରୀ ତଥ୍ୟ ଅନୁସାରେ ପ୍ରତିଦିନ ୧ଲକ୍ଷରୁ ୨ଲକ୍ଷ ମଧ୍ୟରେ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। କିନ୍ତୁ ଏ ପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟାରେ କୌଣସି ପରିବର୍ତ୍ତନ ହେଉନାହିଁ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୧ଲକ୍ଷ ୫୨ହଜାର ୭୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩ହଜାର ୧୨୮ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୮୦ଲକ୍ଷ ୪୭ହଜାର ୫୩୪ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୨୯ହଜାର ୧୦୦ରେ ପହଞ୍ଚିଛି। ଏବେ ଦେଶରେ ୨୦ଲକ୍ଷ ୨୬ହଜାର ୦୯୨ଆକ୍ଟିଭ କେସ୍‌ ରହିଛି। ସେହିପରି ୨୪ ଘଣ୍ଟାରେ ୨ଲକ୍ଷ ୩୮ହଜାର ୦୨୨ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୫୬ଲକ୍ଷ ୯୨ହଜାର ୩୪୨ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୨୧କୋଟି ୩୧ଲକ୍ଷ ୫୪ହଜାର ୧୨୯ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଏଯାବତ୍‌ ଦେଶରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

Comment