ଓଡ଼ିଶାଲାଇଭ୍‌ ବ୍ୟୁରୋ

ବିଶିଷ୍ଟ କବି ଜୟନ୍ତ ମହାପାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେ କୋଭିଡ୍‌ରେ ଆକ୍ରାନ୍ତ ହୋଇ କଟକ ସ୍ଥିତ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

କବି ଜୟନ୍ତ ମହାପାତ୍ର କଟକ ତିନିକୋଣିଆ ବଗିଚାସ୍ଥିତ ବାସଭବନରେ ରହନ୍ତି। କିଛି ଦିନ ହେବ ତାଙ୍କୁ ଜର, ଥଣ୍ଡା, କାଶ ଲାଗି ରହିଥିଲା। ପରେ ତାଙ୍କ କୋଭିଡ୍‌ ରିପୋର୍ଟ ପଜିଟିଭ ଆସିଥିଲା। ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି ଘଟିବାରୁ ଏବେ ସେ ମେଡିକାଲରେ ଅକ୍ସିଜେନ୍ ସପୋର୍ଟରେ ରହିଥିବା ସୂଚନା ମିଳିଛି।

ଅନ୍ୟପଟେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ କବି ଜୟନ୍ତ ମହାପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ। କବି ଶ୍ରୀ ମହାପାତ୍ରଙ୍କ ନିଷ୍ଠାପର ସାଧନା ତାଙ୍କୁ କେବଳ ଜାତୀୟ ସ୍ତରରେ ନୁହେଁ ଉଭୟ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଆଣିଦେଇଛି।

Comment