ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଜାରି ରହିଛି। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ତାଜା ରିପୋର୍ଟ ଅନୁସାରେ ଆଜି ୮ହଜାର ୭୩୫ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୪୮୯୨ ଜଣ ହୋଇଥିବାବେଳେ, ୩୮୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ରାଜ୍ୟରୁ ୩୭ ଜଣ ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି।

ଆଜିର ତଥ୍ୟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୨ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୬୭୩ଜଣ ଓ ସୁନ୍ଦରଗଡ଼ରୁ ୨୪୪ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୪୫୬, ବରଗଡ଼ରୁ ୧୯୩, ବାଲେଶ୍ୱରରୁ ୫୬୬, ଯାଜପୁରରୁ ୫୦୭, ସମ୍ବଲପୁରରୁ ୧୭୭ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୭ଲକ୍ଷ ୭୩ହଜାର ୭୩୨ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୧୦ହଜାର ୪୦୫ ଜଣଙ୍କୁ ମିଶାଇ ସମୁଦାୟ ୬ଲକ୍ଷ ୮୦ହଜାର ୯୩୨ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୮୯ ହଜାର ୯୫୬ ଆକ୍ଟିଭ କେସ୍ ରହିଛି।

ଅନ୍ୟପଟେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ଆଜି ରାଜ୍ୟରୁ ସର୍ବାଧିକ ୩୭ ଜଣଙ୍କ ଜୀବନ ନେଇଛି କରୋନା। ସେମାନଙ୍କ ମଧ୍ୟରେ ଅନୁଗୁଳରୁ ସର୍ବାଧିକ ୫ଜଣ ରହିଛନ୍ତି । ସେହିପରି ବଲାଙ୍ଗୀରରୁ ଜଣେ, ଭୁବନେଶ୍ୱରରୁ ତିନି ଜଣ, କଟକରୁ ୪ଜଣ, ଗଜପତି ଓ ଗଞ୍ଜାମରୁ ଜଣେ ଲେଖାଏଁ, ଝାରସୁଗୁଡ଼ାରୁ ତିନି ଜଣ, କଳାହାଣ୍ଡିରୁ ୪ଜଣ, କୋରାପୁଟରୁ ଜଣେ, କେନ୍ଦ୍ରାପଡ଼ା, ନୂଆପଡ଼ା, ରାୟଗଡ଼ାରୁ ଦୁଇ ଜଣ ଲେଖାଏଁ, ନବରଙ୍ଗପୁରରୁ ତିନି, ସବୁର୍ଣ୍ଣପୁରରୁ ଦୁଇ ଜଣ, ସୁନ୍ଦରଗଡ଼ରୁ ତିନି ଜଣ ରହିଛନ୍ତି । ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଥିଲେ। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୯୧ ରେ ପହଞ୍ଚିଛି।

Comment