ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦେଶରେ ଏବେ ଦୈନିକ ସଂକ୍ରମଣ କମିବାରେ ଲାଗିଛି। ତଥ୍ୟ ଅନୁସାରେ ଦେଶରେ ଏବେ ଦୈନିକ ସଂକ୍ରମଣ ଦେଢ଼ ଲକ୍ଷରୁ କମ୍‌ ରହୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୧ଲକ୍ଷ ୩୨ହଜାର ୭୮୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩ହଜାର ୨୦୭ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୮୩ଲକ୍ଷ ୦୭ହଜାର ୮୩୨ରେ ପହଞ୍ଚିଛି। ସେହିପରି ନୂଆ ମୃତକଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୩୫ହଜାର ୧୦୨ରେ ପହଞ୍ଚିଛି। ଏବେ ଦେଶରେ ୧୭ଲକ୍ଷ ୯୩ହଜାର ୬୪୫ଆକ୍ଟିଭ କେସ୍‌ ରହିଛି। ସେହିପରି ୨୪ ଘଣ୍ଟାରେ ୨ଲକ୍ଷ ୩୧ହଜାର ୪୫୬ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୬୧ଲକ୍ଷ ୭୯ହଜାର ୦୮୫ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୨୧କୋଟି ୮୫ଲକ୍ଷ ୪୬ହଜାର ୬୬୭ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଏଯାବତ୍‌ ଦେଶରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

Comment