ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ବୁଧବାର ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା କରିଛି।

ଗୁରୁବାର ସକାଳ ସାଢ଼େ ୮ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୧୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ସୁବର୍ଣ୍ଣପୁର, ବରଗଡ଼ ଏବଂ ସମ୍ଵଲପୁର।

ସେହିପରି ଗୁରୁବାର ସକାଳ ସାଢ଼େ ୮ଟାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୨୨ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ରାୟଗଡ଼ା, କଳାହାଣ୍ଡି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comment