ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଗୁରୁବାର ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି।

ପାଣିପାଗ ବିଭାଗ ପକ୍ଷରୁ ଉତ୍ତର ଏବଂ ଦକ୍ଷିଣ-ପଶ୍ଚିମ ଓଡ଼ିଶାର ୧୭ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା, ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି। ଶୁକ୍ରବାର ସକାଳ ସାଢ଼େ ୮ଟା ମଧ୍ୟରେ ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଶୁକ୍ରବାର ସକାଳ ସାଢ଼େ ୮ଟାରୁ ଶନିବାର ସକାଳ ସାଢ଼େ ୮ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ହେବାର ଆଶଙ୍କା କରାଯାଇଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, ବରଗଡ଼, ସମ୍ଵଲପୁର, ଝାରସୁଗୁଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଆଦି୧୧ଟି  ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି।

Comment