ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦେଶରେ ଏବେ ଦୈନିକ ସଂକ୍ରମଣ କମିବାରେ ଲାଗିଛି। ତଥ୍ୟ ଅନୁସାରେ ଦେଶରେ ଏବେ ଦୈନିକ ସଂକ୍ରମଣ ଦେଢ଼ ଲକ୍ଷରୁ କମ୍‌ ରହୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୧ଲକ୍ଷ ୨୦ହଜାର ୫୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩ହଜାର ୩୮୦ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨କୋଟି ୮୬ଲକ୍ଷ ୯୪ହଜାର ୮୭୯ ଓ ମୃତ୍ୟୁସଂଖ୍ୟା ୩ଲକ୍ଷ ୪୪ହଜାର ୦୮୨ରେ ପହଞ୍ଚିଛି। ଏବେ ଦେଶରେ ୧୫ଲକ୍ଷ ୫୫ହଜାର ୨୪୮ଆକ୍ଟିଭ କେସ୍‌ ରହିଛି। ସେହିପରି ୨୪ ଘଣ୍ଟାରେ ୧ଲକ୍ଷ ୯୭ହଜାର ୮୯୪ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୬୭ଲକ୍ଷ ୯୫ହଜାର ୫୪୯ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୨୨କୋଟି ୭୮ଲକ୍ଷ ୬୦ହଜାର ୩୧୭ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଏଯାବତ୍‌ ଦେଶରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

Comment