ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦେଶରେ ଏବେ ଦୈନିକ ସଂକ୍ରମଣ କମିବାରେ ଲାଗିଛି। ସୂଚନା ଅନୁସାରେ ଦୀର୍ଘ ୭୦ଦିନର ବ୍ୟବଧାନପରେ ଆଜି ଦେଶରୁ ସର୍ବନିମ୍ନ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। କିନ୍ତୁ ସରକାରୀ ତଥ୍ୟ ଅନୁସାରେ ସଂକ୍ରମଣ କମୁଥିବାବେଳେ, କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪ହଜାର ୩୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୪ହଜାର ୦୦୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨କୋଟି ୯୩ଲକ୍ଷ ୫୯ହଜାର ୧୫୫ ଓ ମୃତ୍ୟୁସଂଖ୍ୟା ୩ଲକ୍ଷ ୬୭ହଜାର ୦୮୧ରେ ପହଞ୍ଚିଛି। ଏବେ ଦେଶରେ ୧୦ଲକ୍ଷ ୮୦ହଜାର ୬୯୦ଆକ୍ଟିଭ କେସ୍‌ ରହିଛି। ସେହିପରି ୨୪ ଘଣ୍ଟାରେ ୧ଲକ୍ଷ ୨୧ହଜାର ୩୧୧ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୭୯ଲକ୍ଷ ୧୧ହଜାର ୩୮୪ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୨୪କୋଟି ୯୬ଲକ୍ଷ ୦୦ହଜାର ୩୦୪ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଏଯାବତ୍‌ ଦେଶରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

Comment