ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦେଶରେ ଏବେ ଦୈନିକ ସଂକ୍ରମଣ କମିବାରେ ଲାଗିଛି। ସରକାରୀ ତଥ୍ୟ ଅନୁସାରେ ସଂକ୍ରମଣ କମୁଥିବାବେଳେ, କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦ହଜାର ୪୨୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ୩ହଜାର ୯୨୧ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨କୋଟି ୯୫ଲକ୍ଷ ୧୦ହଜାର ୪୧୦ ଓ ମୃତ୍ୟୁସଂଖ୍ୟା ୩ଲକ୍ଷ ୭୪ହଜାର ୩୦୫ରେ ପହଞ୍ଚିଛି। ଏବେ ଦେଶରେ ୯ଲକ୍ଷ ୭୩ହଜାର ୧୫୮ଆକ୍ଟିଭ କେସ୍‌ ରହିଛି। ସେହିପରି ୨୪ ଘଣ୍ଟାରେ ୧ଲକ୍ଷ ୧୯ହଜାର ୫୦୧ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ସୁସ୍ଥ ସଂଖ୍ୟାକୁ ମିଶାଇ ସମୁଦାୟ ୨କୋଟି ୮୧ଲକ୍ଷ ୬୨ହଜାର ୯୪୭ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ସମୁଦାୟ ୨୫କୋଟି ୪୮ଲକ୍ଷ ୪୯ହଜାର ୩୦୧ଜଣ ହିତାଧିକାରୀଙ୍କୁ ଟିକା ଦିଆସରିଛି। ଏଯାବତ୍‌ ଦେଶରେ ଟିକାକରଣ ପ୍ରକ୍ରିୟା ଜାରି ରହିଛି।

Comment