ଓଡ଼ିଶାଲାଇଭ୍ ବ୍ୟୁରୋ

  • ଜୁଲାଇ ୨୫ ଯାଏଁ ଜଗା ଦର୍ଶନ ବନ୍ଦ
  • ଜୁଲାଇ ୧୨ରେ ମହାପ୍ରଭୁଙ୍କ ରଥଯାତ୍ରା
  • ରଥଯାତ୍ରା ପରେ ହେବ ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତି

ଗଲା ବର୍ଷ ପରି ଏବର୍ଷ ମଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କ ସ୍ନାନ ପୂର୍ଣ୍ଣିମା ବିନା ଭକ୍ତରେ ଅନୁଷ୍ଠିତ ହେବ। କରୋନା କଟକଣା ପାଇଁ ଏଥର ଦେବସ୍ନାନ ପୂର୍ଣ୍ଣିମାକୁ ବିନା ଭକ୍ତରେ ଆୟୋଜନ କରିବାକୁ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ସେହିପରି ଆସନ୍ତା ଜୁଲାଇ ୨୫ ତାରିଖ ଯାଏଁ ଶ୍ରଦ୍ଧାଳୁମାନଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ।

ବୁଧବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସର କ୍ରୀଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।ଆଉ ଏକ ସପ୍ତାହ ପରେ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। କିନ୍ତୁ ଚତୁର୍ଦ୍ଧା ମୂରତୀଙ୍କ ଏହି ଅପୂର୍ବ ଦୃଶ୍ୟ ଦେଖିବାକୁ ପାଇବେନି ସାଧାରଣ ଭକ୍ତ। କରୋନା ମହାମାରୀ ଯୋଗୁଁ ଗତବର୍ଷ ଭଳି ଚଳିତ ଥର ମଧ୍ୟ ବିନାଭକ୍ତରେ ଶ୍ରୀଜିଉଙ୍କର ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ।ଜୁଲାଇ ୧୨ ତାରିଖରେ ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହେବ। ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି। ତେବେ ରଥଯାତ୍ରା ପରେ ଶ୍ରୀମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

Comment