ଓଡ଼ିଶାଲାଇଭ୍ ବ୍ୟୁରୋ

(କେନ୍ଦ୍ରାପଡ଼ାରୁ ନାରାୟଣ ସାହାଣୀ) : କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ୧୪୪ ଧାରା ଲାଗୁ ହୋଇଛି। ମନ୍ଦିର ଚତୁପାର୍ଶ୍ୱ ଓ ରଥଦାଣ୍ଡ ସମେତ ମାଉସୀ ମା’ ମନ୍ଦିର ପର୍ଯ୍ୟନ୍ତ କଟକଣା ଲାଗୁ କରାଯାଇଛି। ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।

ବୁଧବାର ସନ୍ଧ୍ୟା ୬ଟାରୁ ଆରମ୍ଭ ହୋଇଥିବା ଏହି କଟକଣା ଶୁକ୍ରବାର ସକାଳ ୭ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ଶ୍ରୀଜୀଉଙ୍କ ସମସ୍ତ ନୀତିକାନ୍ତି ମନ୍ଦିର ପରିସର ମଧ୍ୟରେ କରାଯିବ ବୋଲି କେନ୍ଦ୍ରାପଡା ଉପଜିଲ୍ଲାପାଳ ନିରଞ୍ଜନ ବେହେରା ସୂଚନା ଦେଇଛନ୍ତି।ଧାରା ୧୪୪ ଲାଗୁ ସମୟ ମଧ୍ୟରେ ମନ୍ଦିର ବେଢ଼ା ବାହାରେ ଭକ୍ତମାନଙ୍କ ଭିଡ଼ ଅଥବା କୋଳାହଳ ଉପରେ ଅଙ୍କୁଶ ଲଗାଇଛି ଜିଲ୍ଲା ପ୍ରଶାସନ। ଯଦି କେହି ଏହି କଟକଣାର ଉଲଂଘନ କରନ୍ତି, ତାଙ୍କୁ ଦଣ୍ଡିତ କରିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି।ମନ୍ଦିର ନିକଟରେ ୧୪୪ ଧାରା ଲାଗୁ ହୋଇଥିବା ନେଇ ବୁଧବାର ଦିନ କେନ୍ଦ୍ରାପଡ଼ା ଟାଉନଥାନା ପୋଲିସ ଡାକବାଜି ଯନ୍ତ୍ର ସାହାଯ୍ୟରେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଅବଗତ କରାଇଥିଲା।

Comment