ଓଡ଼ିଶାଲାଇଭ୍ ବ୍ୟୁରୋ

(କେନ୍ଦ୍ରାପଡ଼ାରୁ ନାରାୟଣ ସାହାଣୀ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ଭିଡିଓ କନଫରେନ୍ସିଂ ଜରିଆରେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ତରଳ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ଏବଂ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନର ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥାର ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାରଙ୍କ ପାଇଁ ଗୋଟିଏ ଜୀବନ ମଧ୍ୟ ମୂଲ୍ୟବାନ। ତେଣୁ ପ୍ରତିଟି ଜୀବନ ବଞ୍ଚାଇବାକୁ ସରକାର ସବୁବେଳେ ପ୍ରତିଶ୍ରୁତି ବଦ୍ଧ।ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି, କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା, ଆଳି ବିଧାୟକ ପ୍ରତାପ ଦେବ, ରାଜନଗର ବିଧାୟକ ଧ୍ରୁବ ସାହୁ, ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ପାଟକୁରା ବିଧାୟିକାଙ୍କ ପ୍ରତିନିଧି ସଞ୍ଜୟ ଅଗ୍ରଓ୍ଵାଲ, ଜିଲ୍ଲାପାଳ ଅମୃତ ଋତୁରାଜ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଅନୀତା ପଟ୍ଟନାୟକଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।

Comment