ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ୨୩ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରି ସତର୍କ କରାଇ ଦେଇଛି।

ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ଵର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆଗାମୀ ୩ରୁ ୪ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀଜନିତ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ବାଲେଶ୍ଵର ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି।ଏଥିସହ ୪ରୁ ୭ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆଶଙ୍କା କରାଯାଇଛି।

Comment