ଓଡ଼ିଶାଲାଇଭ୍ ବ୍ୟୁରୋ

ରଥଯାତ୍ରାକୁ ନେଇ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ମନ ଆଜି ଆନନ୍ଦରେ ନାଚିଉଠିଛି। ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ରଥଯାତ୍ରା ହେବା ଖବର ଶୁଣି ମଉଳି ଯାଇଥିବା ରାଜ୍ୟବାସୀଙ୍କ ହୃଦୟ ଏବେ ବଡ଼ଦାଣ୍ଡରେ ତିନି ଠାକୁରଙ୍କ ରଥକୁ ଦେଖି ବିମୋହିତ। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, “ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ। ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି।”

ଅନ୍ୟପଟେ କୋଭିଡ କଟକଣା ମଧ୍ୟରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଛି। କୋଭିଡ ଗାଇଡଲାଇନକୁ ଦୃଷ୍ଟିରେ ରଖି ସମସ୍ତ କାର୍ଯ୍ୟ ଜାରୀ ରହିଛି। ଶ୍ରୀମସ୍ତକରେ ଟାହିଆ ସୁଶୋଭିତ, ଘଣ୍ଟ, କାହାଳି ତାଳେ ତାଳେ ଝୁଲି ଝୁଲି ମହାପ୍ରଭୁ ଶ୍ରୀ ଜଗନ୍ନାଥ ଏକ ଭାବ ବିହ୍ୱଳ ପରିବେଶ ମଧ୍ୟରେ ଧାଡ଼ି ପହଣ୍ଡିରେ ନନ୍ଦିଘୋଷ ରଥକୁ ବିଜେ କରିଛନ୍ତି।

Comment