ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରତ୍ନବେଦୀରୁ ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ଟୁଇଟ ଜରିଆରେ ରାଷ୍ଟ୍ରପତି ଲେଖିଛନ୍ତି, “ଭଗବାନ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ବିଶେଷ କରି ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଧିକ ଶୁଭେଚ୍ଛା ଏବଂ ଶୁଭକାମନା। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ସମସ୍ତ ଦେଶବାସୀଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ଵାସ୍ଥ୍ୟରେ ପରିପୂର୍ଣ୍ଣ ହେଉ ବୋଲି ମୁଁ କାମନା କରୁଛି।”

ସେହିପରି ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, “ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା। ମହାପ୍ରଭୁ ଜଗନ୍ନାଥଙ୍କୁ ପ୍ରଣାମ ଏବଂ ପ୍ରାର୍ଥନା କରୁଛି ତାଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧ ଆଣୁ। ଜୟ ଜଗନ୍ନାଥ।”

ଅନ୍ୟପଟେ ବିନା ଭକ୍ତରେ ଅନୁଷ୍ଠିତ ହେଉଛି ରଥଯାତ୍ରା। ପୁରୀବାସୀ ମଧ୍ୟ ରଥଯାତ୍ରା ଦେଖିବାରୁ ବାଦ ପଡ଼ିଛନ୍ତି। ଶୃଙ୍ଖଳାକୁ ଦୃଷ୍ଟିରେ ରଖି ସମଗ୍ର ପୁରୀ ସହରରେ ୧୪୪ଧାରା ଲାଗୁ କରାଯାଇଛି। କୋଭିଡ କଟକଣା ଭିତରେ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି କରାଯାଉଛି।

Comment