ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ପ୍ରତିବର୍ଷ ନୀଳାଦ୍ରି ବିଜେ ତିଥିରେ ପାଳନ କରାଯାଏ ରସଗୋଲା ଦିବସ। ବର୍ଷକୁ ଗୋଟିଏ ଦିନ ନୀଳାଦ୍ରି ବିଜେ ସମୟରେ ମହାପ୍ରଭୁଙ୍କୁ ରସଗୋଲା ଭୋଗ କରାଯାଏ। ଏହି ତିଥିରେ ପୁରୀ ଶ୍ରୀମନ୍ଦିରର ଜୟ ବିଜୟ ଦ୍ୱାରରେ ମହାଲକ୍ଷ୍ମୀଙ୍କ ଅଭିମାନ ଭାଙ୍ଗିବା ପାଇଁ ଶ୍ରୀଜଗନ୍ନାଥ ରସଗୋଲା ଖୁଆଇବା ପରମ୍ପରା ରହିଛି। ଏହି ପରମ୍ପରା ଅନୁସାରେ ଆଜି ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହେବ।

ମହାଲକ୍ଷ୍ମୀ ରସଗୋଲା ଖାଇ ରାଗ ଶାନ୍ତ କରିବା ପରେ ଠାକୁରମାନେ ଶ୍ରୀମନ୍ଦିରକୁ ପ୍ରବେଶ କରନ୍ତି। ଓଡ଼ିଆ ଐତିହାସିକ ଓ ଗବେଷକଙ୍କ ମତରେ ଦ୍ୱାଦଶ ଶତାବ୍ଦୀରୁ ନୀଳାଦ୍ରି ବିଜେ ସମୟରେ ମହାଲକ୍ଷ୍ମୀଙ୍କୁ ରସଗୋଲା ଭେଟି ପରମ୍ପରା ଚାଲି ଆସୁଛି।

Comment