ଓଡ଼ିଶାଲାଇଭ୍‌ ବ୍ୟୁରୋ

  • ୟୁନିସେଫ୍‌ ସହଯୋଗିତାରେ ଓଡ଼ିଶାଲାଇଭ୍‌ ଓ ସ୍ୱାସ୍ଥ୍ୟପ୍ଲସ୍‌ର ମିଡିଆ କ୍ୟାମ୍ପେନ୍ ‘କେତେ ନୂଆ ବାଟ’
  • ନଲେଜ୍ ପାର୍ଟନର ‘ମୋ କଲେଜ’ ଅଭିଯାନ
  • ଭିଡିଓ ସିରିଜରେ ଏଥରର ପ୍ରସଙ୍ଗ ‘କୋଭିଡ୍‌ ସମୟରେ ଶିକ୍ଷା’
  • ଶନିବାର ଦିନ ୧୨.୩୦ଟାରେ ଦେଖନ୍ତୁ ଡିଡି ଓଡ଼ିଆରେ
  • ରାତି ୧୦ଟାରେ ପୁନଃପ୍ରସାରଣ

କରୋନା ମହାମାରୀ କାଳରେ ସମସ୍ତେ ପ୍ରଭାବିତ ହୋଇଛନ୍ତି। ଏ ଭିତରେ ମଣିଷ ଜୀବନର ମୂଳ ଆଧାର ଶିକ୍ଷା ଓ ସ୍ୱାସ୍ଥ୍ୟ ଉପରେ ମଧ୍ୟ କରୋନା ମାଡ଼ ପଡ଼ିଛି। ସ୍କୁଲ, କଲେଜ, ପ୍ରଶିକ୍ଷଣ କେନ୍ଦ୍ର, ଗବେଷଣା କେନ୍ଦ୍ର ବନ୍ଦ ରହିଛିା ଏଭଳି ଜଟିଳ ପରିସ୍ଥିତିରେ ଶିକ୍ଷା ବ୍ୟବସ୍ଥାକୁ ନିରନ୍ତର ରଖିବା ପାଇଁ ବିଭିନ୍ନ ବିକଳ୍ପ ଖୋଜା ଚାଲିଛି। ଏହାକୁ ଦୃଷ୍ଟିରେ ରଖି ‘କେତେ ନୂଆ ବାଟ ସିଜିନ୍‌ ୨’ ଭିଡିଓ ସିରିଜର ପଞ୍ଚମ ଅଧ୍ୟାୟରେ ପ୍ରସଙ୍ଗ ରହିଛି ‘କୋଭିଡ୍‌ ସମୟରେ ଶିକ୍ଷା’।

ଜୁଲାଇ ୨୪ ଦିନ ୧୨ଟା ୩୦ରେ ଡିଡି ଓଡ଼ିଆରେ ଆପଣ ଦେଖିପାରିବେ ‘କେତେ ନୂଆ ବାଟ ସିଜିନ୍‌ ୨’ର ଏହି ଅଧ୍ୟାୟ। ଏହାଛଡ଼ା ସ୍ୱାସ୍ଥ୍ୟପ୍ଲସ୍‌ ଏବଂ ଓଡ଼ିଶାଲାଇଭ୍‌ର ୟୁଟ୍ୟୁବ୍ ଏବଂ ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ଚ୍ୟାନେଲଗୁଡ଼ିକରେ ମଧ୍ୟ ଏହାର ପ୍ରସାରଣ କରାଯିବ।

ପଞ୍ଚମ ଅଧ୍ୟାୟରେ ଅଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ, ‘ମୋ ସ୍କୁଲ ଅଭିଯାନର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ଉତ୍କଳ ବିଶ୍ୱ ବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ, ସୁନ୍ଦରଗଡ଼ ଜିଲ୍ଲା ରଙ୍ଗାଢିପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଅଞ୍ଜଳି ପ୍ରଧାନ, ଭୁବନେଶ୍ୱର ଇଟିଇଆଇର ଛାତ୍ର ମହେଶ ପାଣିଗ୍ରାହୀ, ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ପୁରାତନ ଛାତ୍ରୀ ତଥା ଜଣାଶୁଣା ଡାକ୍ତର ନାରାୟଣୀ ପଣ୍ଡା, ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ (WHO)ର ସବ୍‌ରେଜିଓନାଲ ଟିମ୍‌ ଲିଡର୍‌ ଡାକ୍ତର ନିହାର ରାୟା

ଏହାଛଡ଼ା ଆପଣ ଭିଡିଓ ସିରିଜରେ ଏ ସମୟରେ ‘ଘରେ ଘରେ ଅରୁଣିମା କାର୍ଯ୍ୟକ୍ରମ କିଭଳି ଚାଲିଛି ତାହା ଦେଖିପାରିବୋ ସେହିପରି ସୁନ୍ଦରଗଡ଼ ଜିଲ୍ଲାରେ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ କିଭଳି ଚାଲିଛି ଓ ଉତ୍କଳ ବିଶ୍ୱ ବିଦ୍ୟାଳୟର ଦୂର ଏବଂ ନିରନ୍ତର ନିର୍ଦ୍ଦେଶାଳୟ ବା ଡିଡିସିଇରେ ଚାଲିଥିବା ଭର୍ଚୁଆଲ କ୍ଲାସର ଦୃଶ୍ୟ ଦେଖିବାକୁ ପାଇବୋ

ୟୁନିସେଫ୍‌ ସହାୟତାରେ ଓଡ଼ିଶାଲାଇଭ୍‌ ଏବଂ ସ୍ୱାସ୍ଥ୍ୟପ୍ଲସ୍‌ର ମିଳିତ ମିଡିଆ କ୍ୟାମ୍ପେନ ‘କେତେ ନୂଆ ବାଟ ସିଜିନ୍‌ ୨’ରେ ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ନଲେଜ ପାର୍ଟନର ଭାବେ ଯୋଡ଼ି ହୋଇଛି।

କୋଭିଡ୍‌-୧୯ ଭଳି ଏକ ଜଟିଳ ସମୟରେ କିଛି ନୂଆ ସୂଚନା, କିଛି ସାହସ ଓ କିଛି ସକରାତ୍ମକ ବାର୍ତ୍ତା ନେଇ ପ୍ରସ୍ତୁତ ହୋଇଛି ଏହି ଧାରାବାହିକ ‘କେତେ ନୂଆ ବାଟ ସିଜିନ ୨’। ଏଥିରେ ରହିଛି କୋଭିଡ୍‌ ମୁକାବିଲା ସମ୍ପର୍କରେ ନୂଆ ଦିଗ ଓ ତଥ୍ୟ, ଏହି ଲଢ଼େଇରେ ଆଗଧାଡ଼ିରେ ଥିବା ପ୍ରମୁଖ ବ୍ୟକ୍ତିଙ୍କ ସହ ସାକ୍ଷାତକାର, କୋଭିଡ୍‌ ହିରୋଙ୍କ କାହାଣୀ, ସ୍ୱାସ୍ଥ୍ୟ ପରାମର୍ଶ ଓ ଆହୁରି ଅନେକ କିଛି।

ଓଡ଼ିଶାଲାଇଭ୍‌ର ମୁଖ୍ୟ ସମ୍ପାଦକ ନୀଳାମ୍ବର ରଥ ଏହି କାର୍ଯ୍ୟକ୍ରମର ଉପସ୍ଥାପକ ଓ ପ୍ରଯୋଜକ ଅଛନ୍ତି।

ଭିଡିଓ ସିରିଜ ଛଡ଼ା ‘କେତେ ନୂଆ ବାଟ ସିଜିନ ୨’ ଅଭିଯାନ ଅଧୀନରେ ପ୍ରତି ୧୫ ଦିନରେ ଥରେ, ରବିବାର ବିଭିନ୍ନ ବିଷୟରେ ଅଡିଓ ସିରିଜ ଓଡ଼ିଶାର ସମସ୍ତ ଆକାଶବାଣୀ କେନ୍ଦ୍ରରେ ଓ ରେଡିଓ ଚକଲେଟ୍ ୧୦୪ ଏଫ୍‌ଏମରେ ପ୍ରସାରିତ ହେଉଛି। ସେହି ଅଡିଓ ସିରିଜ ‘ଓଡ଼ିଶାଲାଇଭ୍’ ଓ ‘ସ୍ୱାସ୍ଥ୍ୟପ୍ଲସ’ର ୟୁଟ୍ୟୁବ୍‌ ଏବଂ ଫେସବୁକରେ ମଧ୍ୟ ପୋଷ୍ଟ କରାଯାଉଛି। ଏହାସହ ଭିଡିଓ ମାଧ୍ୟମରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା, ବିଶିଷ୍ଟ ବ୍ୟକ୍ତିମାନଙ୍କର ସାକ୍ଷାତକାର ମଧ୍ୟ ପ୍ରକାଶ କରାଯାଉଛି।

Comment