ଓଡ଼ିଶାଲାଇଭ୍ ବ୍ୟୁରୋ

ଘୂର୍ଣ୍ଣିବଳୟର ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଜୁଲାଇ ୨୮ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ରାଜ୍ୟରେ ପ୍ରବଳ ବର୍ଷା ପ୍ରଭାବରେ କିଛି ଜିଲ୍ଲାର ତଳିଆ ଅଞ୍ଚଳରେ ସାମୟିକ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ଖାଲୁଆ ଜମିରେ ପାଣି ଜମି ରହି ଫସଲହାନିର ସମସ୍ୟା ଉପୁଜିପାରେ। ଏଣୁ ଏବେଠାରୁ ଜଳ ନିଷ୍କାସନର ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ସୂଚନା ମୁତାବକ ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଜି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାବେଳେ ଜୁଲାଇ ୨୮ରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଜଗତସିଂହପୁର, କଟକ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ସେହିପରି ଜୁଲାଇ ୨୯ରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ଝାରସୁଗୁଡ଼ା, ସୋନପୁର, ବରଗଡ଼, ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଜୁଲାଇ ୩୦ରେ ଉତ୍ତର ଓଡ଼ିଶା ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Comment