ଓଡ଼ିଶାଲାଇଭ୍ ବ୍ୟୁରୋ

ଉଚ୍ଚ ମାଧ୍ୟମିକ ଶିକ୍ଷା ଦ୍ଵାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଆଜି ସନ୍ଧ୍ୟାରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ ଓ୍ଵେବସାଇଟ୍ www.orissaresults.nic.in ରେ ନିଜର ଫଳ ଜାଣିପାରିବେ। ଏନେଇ ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ଛାତ୍ରଛାତ୍ରୀମାନେ ନିଜର ରୋଲ୍ ନମ୍ଵରକୁ ଓ୍ଵେବସାଇଟ୍‌ରେ ଦେଇ ସେମାନଙ୍କର ରେଜଲ୍ଟ ପାଇପାରିବେ।  କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରାଯାଇଥିଲା। ତେଣୁ ବିକଳ୍ପ ବ୍ୟବସ୍ଥା(ପୂର୍ବ ପରୀକ୍ଷା ଆଧାରରେ)ରେ ଫଳ ପ୍ରକାଶ କରିବାକୁ ପରିଷଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା।

ପରୀକ୍ଷା ଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀମାନେ କରୋନା ସ୍ଥିତି ସୁଧୁରିଲାପରେ ଅଫଲାଇନରେ ପରୀକ୍ଷା ଦେଇପାରିବେ ବୋଲି ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଥିଲେ। ତେବେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ଫଳ ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରକାଶ ପାଇବ।

Comment