ଓଡ଼ିଶାଲାଇଭ୍ ବ୍ୟୁରୋ

ସୋମବାର ଆଇଏଏସ୍ ଓ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନୋଟିସ୍ ଜାରି କରାଯାଇଛି।

ପଞ୍ଚାୟତିରାଜ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର।

ଢ଼େଙ୍କାନାଳ ଜିଲ୍ଲାପାଳ ଭାବେ ସରୋଜ କୁମାର ସେଠୀଙ୍କୁ ଦାୟିତ୍ଵ ଦିଆଯାଇଛି। ଆୟୁଷ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ ତୁଲାଉଥିବା ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲ୍ଲପାଳ ଭାବେ ନୂଆ ନିଯୁକ୍ତି ମିଳିଛି।

LEAVE A REPLY

Please enter your comment!
Please enter your name here