ଓଡ଼ିଶାଲାଇଭ୍ ବ୍ୟୁରୋ

ମୌସୁମୀ ପ୍ରଭାବରେ ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ହବିବୁର ରେହମାନ୍ ବିଶ୍ଵାସ ସୂଚନା ଦେଇଛନ୍ତି।

ଏକ ଭିଡିଓ ବାର୍ତ୍ତା ଦେଇ ଡକ୍ଟର ବିଶ୍ଵାସ କହିଛନ୍ତି ଯେ, ମୌସୁମୀ ବାୟୁ ଦୁର୍ବଳ ହୋଇ ସାରିଥିଲେ ମଧ୍ୟ ଏହା ପ୍ରଭାବରେ ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଲାଗି ପାଣିପାଗ ବିଭାଗ ପକ୍ଷରୁ କେକେତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି।

ଅଗଷ୍ଟ ୧୧, ବୁଧବାର ସକାଳ ୮.୩୦ ଯାଏଁ ରାଜ୍ୟର ୧୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା – ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ସମ୍ଵଲପୁର, ସୋନପୁର, ବୌଦ୍ଧ, ନୟାଗଡ଼, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ଏହି ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

#Warning for Day-1 to Day-3 pic.twitter.com/Wxlarn37Es

ସେହିପରି ବୁଧବାରଠାରୁ ଗୁରୁବାର ସକାଳ ୮.୩୦ ଯାଏଁ ରାଜ୍ୟର ଉପକୂଳବର୍ତ୍ତୀ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାସବୁ ହେଲେ – ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ି ଏବଂ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।Startup Story ep -5 Promotion Cardଏଥିସହ ଗୁରୁବାରଠାରୁ ଶୁକ୍ରବାର ସକାଳ ୮.୩୦ ଯାଏଁ ରାଜ୍ୟର ୧୭ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକା ହେଲା – ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ। ଏହିସବୁ ଜିଲ୍ଲାର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here