ଓଡ଼ିଶାଲାଇଭ୍ ବ୍ୟୁରୋ

ମୌସୁମୀ ଜନିତ ନିମ୍ନଚାପ ରେଖା ଯୋଗୁଁ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ର ପତନଠାରୁ ୧.୫ କିଲୋମିଟର ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ବିଶେଷକରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଅଧିକ ବର୍ଷା ହେବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, ରାୟଗଡ଼ା, ଗଜପତି ଏବଂ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

ସେହିପରି ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ କୋରାପୁଟ, ଗଜପତି, ରାୟଗଡ଼ା, ଗଞ୍ଜାମ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, କନ୍ଧମାଳ, ବରଗଡ଼, ସମ୍ଵଲପୁର, ବଲାଙ୍ଗିର ଓ ଦେବଗଡ଼ ଆଦି ଜିଲ୍ଲା ପାଇଁ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।Startup Story ep -5 Promotion Cardଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି ଘଡ଼ଘଡ଼ିର ପ୍ରଭାବ ରହିବ। ସେହିପରି ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଅଗଷ୍ଟ ୧୬ ଏବଂ ୧୭ରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Comment