ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶ୍ରାବଣ ମାସରେ ପ୍ରଚଣ୍ଡ ଖରା ଓ ଗରମ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଥିଲା ବେଳେ ବର୍ଷା ସମ୍ଭାବନା ଆଶ୍ୱସ୍ତି ଦେଇଛିା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୬ ତାରିଖରୁ ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ଆକଳନ କରାଯାଇଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ଅନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ବର୍ଷା ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ରାୟଗଡ଼ା, ଗଜପତି ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼,  ସୋନପୁର, ବୌଦ୍ଧ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁରକୁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଶ୍ରାବଣ ମାସରେ ବର୍ଷା ବଦଳରେ ଖରା ସମସ୍ତଙ୍କୁ ଅତିଷ୍ଠ କରୁଛି। ଚଳିତବର୍ଷ ନିଅଣ୍ଟିଆ ବର୍ଷା ଚାଷୀଙ୍କ ଚିନ୍ତା ମଧ୍ୟ ବଢ଼ାଇଥିଲା ବେଳେ ବର୍ଷା ସମ୍ଭାବନା ଆଶ୍ୱସ୍ତି ଦେଇଛି।

Comment