ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜିଠୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହିତ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୬ ଓ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅନ୍ୟପଟେ ପାଣିବାଗ ବିଭାଗର ପୂର୍ବାନୁମାନ ପରେ ବର୍ଷା ମୁକାବିଲା ପାଇଁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିସନର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ବାଲେଶ୍ୱର ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼ ଆଜି ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ଜୁନ୍‌ ୧ରୁ ଅଗଷ୍ଟ ୧୪ ମଧ୍ୟରେ ରାଜ୍ୟରେ ମୋଟ ୫୧୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ୱାଭାବିକ ବର୍ଷାଠାରୁ କମ୍‌। ତେଣୁ ରାଜ୍ୟର ନିଅଣ୍ଟିଆ ବର୍ଷା ପରିସ୍ଥିତିରେ ଲଘୁଚାପ ବର୍ଷା ଲୋକଙ୍କୁ ଆଶ୍ୱସ୍ତି ଦେଇଛି।

Comment